ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା, ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ଵର : ରାଜ୍ୟରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ଜୀବନ ନେଇଛି ମହାମାରୀ କରୋନା ହୋଇଛି । ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯ରେ ପହଞ୍ଚିଛି । ଆଜି ମୃତ୍ୟୁ ବରଣ କରିଥିବା ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ୪ , ଖୋର୍ଦ୍ଧାରେ ୨ ,ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।


ଗଞ୍ଜାମ ଜିଲାରୁ ଆଜି ୪ ଜଣଙ୍କ ମୃତ୍ୟୁ ପରେ ଜିଲାରେ ମୋଟ ମୃତ୍ୟୁ ସଂଖ୍ୟା ୯୦ରେ ପହଞ୍ଚିଛି। ସେହିପରି ଖୋର୍ଦ୍ଧା ଜିଲାରେ ମୃତ୍ୟୁ ସହ ଜିଲାରେ ୨୧ରେ ପହଞ୍ଚିଛି ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ।

Comments are closed.