ଆଉ ୧୦ ହଜାର ୩୬ କୋରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ବୁଧବାର ଆଉ ୧୦ ହଜାର ୩୬ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୭୧ ଓ ସୁନ୍ଦରଗଡ଼ରୁ ୮୧୪ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହପରି କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡ଼ରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଞ୍ଜାମରୁ ୩୬୬, ନବରଙ୍ଗପୁରରୁ ୩୫୬, ପୁରୀରୁ ୩୫୧ ଓ ବଲାଙ୍ଗିରରୁ ୩୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଝାରସୁଗୁଡ଼ାରୁ ୩୩୪, ସମ୍ବଲପୁରରୁ ୩୦୦, ଭଦ୍ରକରୁ ୨୫୦, ନୟାଗଡ଼ରୁ ୨୪୫, ଢେଙ୍କାନାଳରୁ ୨୩୬, ବାଲେଶ୍ୱରରୁ ୨୩୦, ବୌଦ୍ଧରୁ ୨୧୮, ନୂଆପଡ଼ାରୁ ୨୦୨, ରାୟଗଡାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଞ୍ଜରୁ ୧୬୫, ଜଗତସିଂହପୁରରୁ ୧୫୫,  ସୁବର୍ଣ୍ଣପୁରରୁ ୧୪୮,କେନ୍ଦ୍ରାପଡ଼ାରୁ ୧୪୧  ଏବଂ ଦେବଗଡରୁ ୧୩୮ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟ ପକ୍ଷରେ କୋରାପୁଟରୁ ୧୧୧, ଗଜପତିରୁ ୧୦୨, କନ୍ଧମାଳରୁ ୯୫, ମାଲକାନଗିରିରୁ ୮୩ ଏବଂ ଷ୍ଟେଟ ପୁଲରୁ ୨୭୧ ଜଣ କରେନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ଏଯାବତ ୫ ଲକ୍ଷ ୪୬ ହଜାର ୬୩୧ ଜଣ କରେନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

Comments are closed.