ଆଉ ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୩୩,୦୨୦କୁ ବୃଦ୍ଧି

ଭୁବନେଶ୍ୱର : ସୋମବାର ରାଜ୍ୟରୁ ଆଉ ୧୨୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୩୩ ହଜାର ଅତିକ୍ରମ କରିଛି। ଏହି ୧୨୩୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିବା ସହ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୩୩,୦୨୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୬୧, ଗଞ୍ଜାମରୁ ୧୮୨, ରାୟଗଡାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୋଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡ଼ରୁ ୩୪ ଏବଂ ଜଗତସିଂହପୁର ୩୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ସେହିପର ସୁନ୍ଦରଗଡରୁ ୩୨, ଭଦ୍ରକରୁ ୩୧, ଯାଜପୁରରୁ ୨୯, ଗଜପତିରୁ ୨୮, ମୟୂରଭଞ୍ଜରୁ ୨୩, ନବରଙ୍ଗପୁରରୁ ୧୫, ପୁରୀରୁ ୧୪, କେନ୍ଦ୍ରାପଡାରୁ ୧୦, ବୌଦ୍ଧରୁ ୯, ଝାରସୁଗୁଡାରୁ ୮, ନୟାଗଡ଼ରୁ ୬, କଟକରୁ ୩ ଏବଂ କେନ୍ଦ୍ରାପଡାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Comments are closed.