ଆଉ ୧୩ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ଗୁରୁବାର ଆଉ ୧୩ଜଣ କରୋନା ଆକ୍ରନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୯କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ପୁରୀ ଜିଲ୍ଲାରୁ ୪ଜଣ, ଭୁବନେଶ୍ବରରୁ ୩, ଖୋର୍ଦ୍ଧାରୁ ୧, ଗଜପତିରୁ ୨, ସୁବର୍ଣ୍ଣପୁର, କଟକ, ବାଲେଶ୍ବରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

 

Comments
Loading...