ରାଜ୍ୟରେ ଆଉ ୧୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି

ଭୁବନେଶ୍ୱର :  ରାଜ୍ୟରେ ଶନିବାର ଦିନ ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଆଇଏଲ୍ଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୫ ଜଣ ସୁସ୍ଥ ହୋଇସାରିଛନ୍ତି। ଆଜି ଚିହ୍ନଟ ହୋଇଥିବା ଓମିକ୍ରନ୍ ଆକ୍ରାନ୍ତଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଦିଆଯାଇନାହିଁ।

Comments are closed.