ଆଉ ୨୧୦ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୮୩୨କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୨୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହିତ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୮୩୨କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଅନୁଗୋଳରୁ ସର୍ବାଧିକ ୨୪, ବଲାଙ୍ଗୀର ଓ ସୁନ୍ଦରଗଡ଼ରୁ ୨୩ ଜଣ ଲେଖାଁଏ, କଟକରୁ ୧୭, ଖୋର୍ଦ୍ଧାରୁ ୧୬, ମୟୂରଭଞ୍ଜରୁ ୧୩, ଯାଜପୁରରୁ ୧୨, ବରଗଡ଼, ନୂଆପଡା ଓ ପୁରୀରୁ ୧୦ ଜଣ ଲେଖାଁଏ ଏବଂ ଝାରସୁଗୁଡା ଓ ସମ୍ବଲପୁରରୁ ୯ ଜଣ ଲେଖାଁଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦୁଝରରୁ ୬, କେନ୍ଦ୍ରାପଡାରୁ ୪, ଭଦ୍ରକରୁ ୩, ବାଲେଶ୍ବର, ବୌଦ୍ଧ, ଦେବଗଡ, ଗଞ୍ଜାମ, ଜଗତସିଂହପୁର, ନୟାଗଡ ଓ ସୁବର୍ଣ୍ଣପୁରରୁ ୨ ଜଣ ଲେଖାଁଏ, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରୁ  ଜଣେ ଲେଖାଏଁ, ଏବଂ ଷ୍ଟେଟ ପୁଲରୁ ୪ ଜଣ  କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୮୩୨ କୁ ବୃଦ୍ଧି ପାଇଛି ।

Comments are closed.