ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ୍ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୨୪ ହଜାର ୦୬୮କୁ ବୃଦ୍ଧି

ଭୁବନେଶ୍ବର : ରବିବାର ରାଜ୍ୟରୁ ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୦୬୮କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୪, ବାଲେଶ୍ବର ଓ ସୁନ୍ଦରଗଡ଼ରୁ ୩୫ ଜଣ ଲେଖାଏଁ, ଅନୁଗୋଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୧୧ ଜଣ ଲେଖାଏଁ ଏବଂ ବଲାଙ୍ଗୀରରୁ ୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଯାଜପୁରରୁ ୯, ବରଗଡ଼ରୁ ୮, ନୂଆପଡାରୁ ୬, ଜଗତସିଂହପୁରରୁ ୫, କଳାହାଣ୍ଡି ଓ କୋରାପୁଟରୁ ୪ ଜଣ ଲେଖାଁଏ, ବୌଦ୍ଧ, ନୟାଗଡ଼ ଓ ନବରଙ୍ଗପୁରରୁ ୩ ଜଣ ଲେଖାଁଏ, ଗଜପତିରୁ ୨, ଭଦ୍ରକ, ଦେବଗଡ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲରୁ ୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

 

Comments are closed.