ସୁସ୍ଥ ହେଲେ ଆଉ ୩୨୯ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୪୩୨କୁ ବୃଦ୍ଧି

ଭୁବନେଶ୍ବର : ଗୁରୁବାର ରାଜ୍ୟରୁ ଆଉ ୩୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୪୩୨କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୧, ଅନୁଗୋଳରୁ ୪୦, ସମ୍ବଲପୁରରୁ ୩୧, ପୁରୀରୁ ୨୯, ଖୋର୍ଦ୍ଧାରୁ ୨୨, ବାଲେଶ୍ବର ଓ ବରଗଡ଼ରୁ ୧୭ ଜଣ ଲେଖାଏଁ, ଭଦ୍ରକରୁ ୧୨, କଟକ, କେନ୍ଦ୍ରାପଡା ଓ କେନ୍ଦୁଝରରୁ ୧୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି  ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, କଳାହାଣ୍ଡି ଓ ନୂଆପଡାରୁ ୬ ଜଣ ଲେଖାଏଁ, ଝାରସୁଗୁଡାରୁ ୫, ବଲାଙ୍ଗୀର ଓ ଜଗତସିଂହପୁରରୁ  ୪ ଜଣ ଲେଖାଏଁ, ଦେବଗଡ ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ ରାୟଗଡାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଢେଙ୍କାନାଳ, ଗଜପତି, କନ୍ଧମାଳ, ମାଲକାନଗିରି, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଁଏ ଏବଂ ‌ଷ୍ଟେଟ ପୁଲରୁ ୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

Comments
Loading...