ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୮୭୭

ଭୁବନେଶ୍ବର : ଗୁରୁବାର ରାଜ୍ୟରେ ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦,୮୭୭କୁ ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ କରୋନା ଆକ୍ରାନ୍ତ ହୋଇ ଆରୋଗ୍ୟ ଲାଭ କରୁଥିବା ଲୋକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ଗୁରୁବାର ରାଜ୍ୟରେ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆରୋଗ୍ୟ ଲାଭ କରିଛନ୍ତି ୪୦୧ ଜଣ ସଂକ୍ରମିତ।

ଆଜି ଯାଜପୁର ଜିଲାରୁ ସର୍ବାଧିକ ୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୮୪, ସୁନ୍ଦରଗଡରୁ ୪୬, ଗଜପତିରୁ ୩୬, ଝାରସୁଗୁଡାରୁ ୩୦, କେନ୍ଦୁଝର, ମାଲକାନଗିରି ଓ ଜଗତସିଂହପୁରରୁ ୧୭ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୧୨ ଓ ଅନୁଗୋଳରୁ ୮ଜଣ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟପକ୍ଷରେ ସୁବର୍ଣ୍ଣପୁରରୁ ୭,ବରଗଡରୁ ୬, ସମ୍ବଲପୁର ଓ କେନ୍ଦ୍ରାପଡାରୁ ୫ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୪, ଭଦ୍ରକ ଓ ବାଲେଶ୍ବରରୁ ୩ ଜଣ ଲେଖାଏଁ, କଟକରୁ ୨ ଏବଂ ପୁରୀରୁ ଜଣେ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ସ୍ବାସ୍ଥ୍ୟ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟରେ ଏଯାବତ ୩,୬୧,୯୨୦ ନମୂନା ପରୀକ୍ଷା କରାଯାଇଛି। ଯେଉଁଥିରୁ ୧୫,୩୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ୧୦,୮୭୭ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିବା ସହ ମୃତ୍ୟୁ ସଂଖ୍ୟା ୭୯ରେ ପହଞ୍ଚିଛି। ବିଭିନ୍ନ କୋଭିଡ ହସ୍ପିଟାଲରେ ୪,୪୧୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। 

Comments are closed.