ସୁସ୍ଥ ହେଲେ ଆଉ ୬୦୮: ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧୨ ହଜାର ନିକଟତର

ଭୁବନେଶ୍ବର : ଶନିବାର ରାଜ୍ୟରେ ଆଉ ୬୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୧,୯୩୮କୁ ବୃଦ୍ଧି ପାଇଛି। ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ୨୭୯ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀ ଓ ସୁନ୍ଦରଗଡ଼ରୁ ୧୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଞ୍ଜରୁ ୧୨, ବରଗଡରୁ ୧୧ ଓ କୋରାପୁଟରୁ ୯ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଅନ୍ୟପକ୍ଷରେ କନ୍ଧମାଳରୁ ୮, ଜଗତସିଂହପୁରରୁ ୭, ଅନୁଗୋଳ, ବାଲେଶ୍ବର ଏବଂ ନବରଙ୍ଗପୁରରୁ ୬ ଜଣ ଲେଖାଏଁ, ଗଦ୍ରକରୁ ୫ ଓ ଗଜପତିରୁ ୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦ୍ରାପଡା ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଏବଂ ଢେଙ୍କାନାଳରୁ ଜଣେ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

Comments are closed.