ସୁସ୍ଥ ହେଲେ ଆଉ ୬୪ କରୋନା ଆକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୦୨କୁ ବୃଦ୍ଧି

ଭୁବନେଶ୍ବର : ଶୁକ୍ରବାର ରାଜ୍ୟରୁ ଆଉ ୬୪ ଜଣ କରୋନା ଅକାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୦୨କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି।

ଆଜି ମୟୂରଭଞ୍ଜରୁ ସର୍ବାଧିକ ୧୦, ଖୋର୍ଦ୍ଧା ଓ ସମ୍ବଲପୁରରୁ ୭ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡା ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଁଏ, ଅନୁଗୋଳ, ଗଞ୍ଜାମ, ନୂଆପଡା ଓ ପୁରୀରୁ ୩ ଜଣ ଲେଖାଁଏ, ଗଜପତି ଓ ମାଲକାନଗିରିରୁ ୨ ଜଣ ଲେଖାଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ନବରଙ୍ଗପୁରରୁ ୨, ବରଗଡ଼, କଟକ, କଳାହାଣ୍ଡି ଏବଂ ଷ୍ଟେଟ ପୁଲରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୦୨ରେ ପହଞ୍ଚିଛି।

Comments are closed.