ଆଉ ୭୨ କରୋନା ଅକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୨୨କୁ ବୃଦ୍ଧି

ଭୁବନେଶ୍ବର : ବୁଧବାର ରାଜ୍ୟରୁ ଆଉ ୭୨ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୨୨କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି।

ଆଜି ପୁରୀରୁ ସର୍ବାଧିକ ୧୨, ସମ୍ବଲପୁରରୁ ୯, ବାଲେଶ୍ବର ଓ ଝାରସୁଗୁଡାରୁ ୭ ଜଣ ଲେଖାଁଏ, ସୁନ୍ଦରଗଡ଼ରୁ ୬, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୫ ଜଣ ଲେଖାଁଏ, ବଲାଙ୍ଗୀର, ଗଞ୍ଜାମ, ଯାଜପୁର ଓ ସୁବର୍ଣ୍ଣପୁରରୁ ୩ ଜଣ ଲେଖାଁଏ ଏବଂ ଦେବଗଡରୁ ୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କେନ୍ଦୁଝରରୁ ୨, ଅନୁଗୋଳ, ବରଗଡ଼, କଟକ ଓ କନ୍ଧମାଳ ଏବଂ ଷ୍ଟେଟ ପୁଲରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୨୨ରେ ପହଞ୍ଚିଛି।

Comments are closed.