ଆଉ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୩କୁ ବୃଦ୍ଧି

ଭୁବନେଶ୍ବର : ଶନିବାର ରାଜ୍ୟରୁ ଆଉ ୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥି ସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୩କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୦, କଟକରୁ ୧୧, ପୁରୀରୁ ୯, ଅନୁଗୋଳ ଓ ସମ୍ବଲପୁରରୁ ୭ ଜଣ ଲେଖାଁଏ, ବରଗଡ଼ ଓ ମୟୂରଭଞ୍ଜରୁ ୪ ଜଣ ଲେଖାଁଏ, ବାଲେଶ୍ବର, କଳାହାଣ୍ଡି, ଖୋର୍ଦ୍ଧା ଓ ନୂଆପଡାରୁ ୨ ଜଣ ଲେଖାଁଏ ଏବଂ ଦେବଗଡ଼ରୁ ଜଣେ କାରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଗଞ୍ଜାମ ଓ ଝାରସୁଗୁଡାରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥି ସହିତ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୫୩କୁ ବୃଦ୍ଧି ପାଇଛି ।

Comments are closed.