ସୁସ୍ଥ ହେଲେ ଆଉ ୮୨ କରୋନା ଅକ୍ରାନ୍ତ : ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୦୬କୁ ବୃଦ୍ଧି

ଭୁବନେଶ୍ବର : ସୋମବାର ରାଜ୍ୟରୁ ଆଉ ୮୨ ଜଣ କରୋନା ଅକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୦୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି କଟକ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୧୩ ଜଣ ଲେଖାଁଏ, ଖୋର୍ଦ୍ଧାରୁ ୧୨, ଯାଜପୁରରୁ ୭, ଗଞ୍ଜାମ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଁଏ, ଅନୁଗୋଳରୁ ୫, ବଲାଙ୍ଗୀର, କଳାହାଣ୍ଡି ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ବାଲେଶ୍ବର ଓ ବରଗଡ଼ରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, କୋରାପୁଟ ଓ ନୂଆପଡାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲରୁ ୨ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୦୬ରେ ପହଞ୍ଚିଛି।

Comments are closed.