ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ; ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍‍ କରୋନା ପଜିଟିଭ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏହି ୨୯ ବର୍ଷ ବୟସ୍କ ଯୁବକଙ୍କ ଘର କଳାହାଣ୍ଡି ଜିଲ୍ଲାରେ । ସେ ବାହରିନ୍‍ ଗସ୍ତ କରିଥିବା ଜଣାପଡିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପଶ୍ଚିମ ଓଡ଼ିଶାର ଏହା ପ୍ରଥମ ଘଟଣା ହୋଇଥିବା ବେଳେ ତାଙ୍କ ଯାତ୍ରା ଇତିହାସ ସଂପର୍କରେ ତଥ୍ୟ ସଂଗ୍ରହ କରାଯାଉଛି।

Comments are closed.