ଯାଜପୁରରୁ ଆଉ ଜଣେ ପଜିଟିଭ୍ : କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୯କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ପୁଣି ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛି । ଫଳରେ ଶୁକ୍ରବାର ଗୋଟିଏ ଦିନରେ ରାଜ୍ୟରେ ଆଉ ୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ୯୩ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୫୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଜଣଙ୍କର ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗୋଟିଏ ଦିନରେ ପୁଣି ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହେବା ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି । ଶୁକ୍ରବାର ବାଲେଶ୍ୱରର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ବଲାଙ୍ଗୀରରୁ ୨ଜଣ ଓ ଯାଜପୁରର ଆଉ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥି ସହିତ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି ।
5th Health Update, 1st May, 2020
One New Positive Case in Jajpur
35 yr Female, Basudevpur(Contact case in containment zone)
Contact tracing and follow-up action is being done.
Total Positive Case: 149
— I & PR Department, Odisha (@IPR_Odisha) May 1, 2020