ଆସାମ ଓ ପଶ୍ଚିମବଙ୍ଗ ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ

ଆସାମ ଏବଂ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଧ୍ୟ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ରଖାଯାଇଛି। ଏହି ଦୁଇଟି ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେଉଛି। ଏଥିସହିତ କେରଳ, ତାମିଲନାଡୁ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀ ପାଇଁ ହେବାକୁ ଥିବା ନିର୍ବାଚନ ନିମନ୍ତେ ଆଜି ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବେ।

ଆସାମର ୪୭ଟି ବିଧାନସଭା ଆସନ ପାଇଁ ମାର୍ଚ୍ଚ ୨୭ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମତଦାନ ହେବାକୁ ଥିବାବେଳେ ପଶ୍ଚିମବଙ୍ଗର ୩୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।

Comments
Loading...