ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ବର : ଷୋଡ଼ଶ ବିଧାନସଭାର ତୃତୀୟ ତଥା ବଜେଟ ଅଧିବେଶନ ଶୁକ୍ରବାର ଠାରୁ ଆରମ୍ଭ ହେଉଛି। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୪ରୁ ୨୬ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୧ ତାରିଖରୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ବସିବାକୁ ସ୍ଥିର ହୋଇଛି। ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ତାଙ୍କ ଅଭିଭାଷଣ ରଖିବେ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଣି ଆଲୋଚନା କରାଯିବ। ୧୮ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଏଥର ବଜେଟ ଆକାର ଦେଢ଼ଲକ୍ଷ କୋଟି ଟଙ୍କାକୁ ଟପିବ ବୋଲି ସୂଚନା ମିଳିଛି। ଚଳିତ ଅଧିବେଶନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସର ବିଧାୟକ ଦଳ ବୈଠକରେ ମଧ୍ୟ ଦଳୀୟ ରଣନୀତି ପ୍ରସ୍ତୁତ ହୋଇଛି।

Comments are closed.