ବିଧାନସଭା ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୩ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବାଚସ୍ପତି ଡ.ସୂର୍ଯ୍ୟନାରାୟଣ ପାତ୍ର ବିଧାନସଭା ପ୍ରାଙ୍ଗଣରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସଂସ୍କାରକ ତଥା ସମାଜସେବୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାର ପଦାଧିକାରୀ ଓ କର୍ମଚାରୀମାନେ ମଧ୍ୟ ଏହି ମହାନ ବରପୁତ୍ରଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

Comments are closed.