ଶୁକ୍ରବାର ରାଶିଫଳ ( ୨୧-୦୮-୨୦୨୦ )

ମେଷ: ମନରେ ଅହଂଭାବ ପୋଷଣ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସାମାନ୍ୟ ଚକ୍ଷୁ ପୀଡ଼ା ସାମୟିକ ଭାବେ ଅନୁଭବ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ।

ବୃଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହୋଇପାରେ। ଲଟେରୀ ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଶ୍ବଶୁର ଘରର ସହାୟତା ପାଇପାରନ୍ତି।

ମିଥୁନ: ତର୍କର ସମ୍ମୁଖୀନ ହୋଇପାରନ୍ତି। ଉଦାର ସ୍ବଭାବର ହେବେ। ଦାରିଦ୍ର୍ୟ ଦୂରୀକରଣରେ ସହାୟକ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷିକ୍ଷେତ୍ରକୁ ତ୍ବରାନ୍ବିତ କରିପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି।

କର୍କଟ: କର୍ମକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁର ଭାଷା ଅନ୍ୟମାନଙ୍କୁ ମୋହିତ କରିପାରେ। ପ୍ରେମୀ ଓ ସାହାସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର-ସମ୍ମାନ ମିଳିବ। ବନ୍ଧୁ ପ୍ରେମୀ ହେବେ।

ସିଂହ: ଆଶାବାଦୀ ହୋଇପାରନ୍ତି। ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବଯୁକ୍ତ ହେବେ। ସହିଷ୍ଣୁ ହେବେ। ସହନଶୀଳ ଓ ଶାନ୍ତିପ୍ରିୟ ହୋଇପାରନ୍ତି। ଧନଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହେବାର ସୂଚନା ମିଳୁଛି।

କନ୍ୟା: କାର୍ଯ୍ୟଟିକୁ ଆୟତାଧୀନ କରିପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ରାଜକୋଷ ଅର୍ଥ ମିଳିବ। ଧନସମ୍ପଦ ଉଣା ହେବ ନାହିଁ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ସୁଖ ମିଳିବ।

ତୁଳା: ହାତଛଡ଼ା ହୋଇଥିବା କାର୍ଯ୍ୟକୁ ପୁଣି କରାୟତ କରିପାରନ୍ତି। ବ୍ୟାୟାଧିକ ହେବାର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ରାଜଯୋଗ ଅଛି। ଧାର୍ମିକ ହେବେ।

ବିଛା: ବିଭିନ୍ନ ସ୍ତରରୁ ଧନଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜଧନ ପ୍ରାପ୍ତ ହୋଇପାରନ୍ତି।

ଧନୁ: ଶ୍ରମ ସାର୍ଥକ ହେବ। କୁଳଦୀପକ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ପ୍ରକୃତିର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ। ସରକାରୀ ଅର୍ଥ ମିଳିବ।

ମକର: ସେବା-ପୂଜାରେ ନିମଗ୍ନ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗବିଳାସରେ ଦିନଟି ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ।

କୁମ୍ଭ: ଯାହା କରିବେ; ତାହା ଠିକ୍‌ ବାଟରେ ଚାଲିବ। ଆମୋଦ-ପ୍ରମୋଦରେ କିଛି ସମୟ ବିତାଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ।

ମୀନ: ବିନା ପରିଶ୍ରମରେ ଲାଭବାନ୍‌ ହେବେ। ସୁଖ-ସନ୍ତୋଷ ଳାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତି ଓ ଧୈର୍ଯ୍ୟବାନ୍‌ ହେବେ। ଆପଣଙ୍କ ପତ୍ନୀ ଆପଣଙ୍କୁ ପତ୍ତନରୁ ଉଦ୍ଧାର କରିବେ।

Comments are closed.