ଜୁନ ୧୫ରେ ହେବ ଦେବଦମ୍ପତିଙ୍କ ବିବାହ ଉତ୍ସବ

ସୋମବାର ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ମଙ୍ଗଳପାଗ ନୀତି

ଆରଡି: ଆସନ୍ତା ଜୁନ ୧୫ରେ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଦେବଦମ୍ପତିଙ୍କ ବିବାହ ଉତ୍ସବ। ଚଳିତବର୍ଷ କୋଭିଡ କଟକଣା ଅନୁଯାୟୀ ସୀମିତ ସେବାୟତଙ୍କ ମଧ୍ୟରେ ବୈଦିକ ରୀତିନୀତି ଓ ଲୋକାଚାରରେ ବିବାହ କାର୍ଯ୍ୟ ସମ୍ପନ୍ନ ହେବ। ଏଥିପାଇଁ ଗତ ବୁଧବାର ଭଦ୍ରକ ଉପଜିଲାପାଳ ତଥା ମନ୍ଦିରଟ୍ରଷ୍ଟି ପିତାମ୍ବର ସାମଲ ସେବାୟତମାନଙ୍କ ସହ ଆଲୋଚନା କରିଥିଲେ। ମନ୍ଦିରର ରୀତିନୀତି ଅନୁଯାୟୀ ଦେବଦମ୍ପତିଙ୍କ ବିବାହ ନିମନ୍ତେ ଲଗ୍ନଥାଳ ଉଠା କାର୍ଯ୍ୟ ଓ ଗୁଆମଙ୍ଗୁଳା କାର୍ୟ୍ୟ ସମ୍ପନ୍ନ ହେବା ପରେ ଆସନ୍ତା ୧୪ତଥା ସୋମବାର ଦିନ ମଙ୍ଗଳପାଗ ନୀତି ଅନୁଷ୍ଠିତ ହେବ। ତା’ସହ ପୀଠରେ ଥିବା ସମସ୍ତ ଦେବାଦେବୀଙ୍କୁ ନିମନ୍ତ୍ରଣ କରାଯିବ।

 

ମହାମାରୀ କରୋନାର ଭୟଭୟତାକୁ ନେଇ ପୂର୍ବବର୍ଷ ଭଳି ଚଳିତବର୍ଷ ବରାନୁଗମନ ଶୋଭାଯାତ୍ରାରେ ବାଜିବନି ବାଜା କି ଜଳିବନି ରୋଷଣୀ। ଏଥିପାଇଁ ଉଭୟ ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅପରପକ୍ଷରେ ବରଯାତ୍ରୀ ଓ ଖାଦ୍ୟ ଉପରେ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ବିବାହ ଉତ୍ସବରେ ସାମିଲି ହେବାକୁ ଥିବା ସେବାୟତ ଓ ସେବାକାରୀଙ୍କର ୪୮ ଘଣ୍ଟା ପୂର୍ବରୁ କରୋନା ଟେଷ୍ଟ କରାଯିବ ବୋଲି ଟ୍ରଷ୍ଟି ଶ୍ରୀ ସାମଲ ପ୍ରକାଶ କରିଛନ୍ତି।

Comments are closed.