ଆରପାରିରେ ବୈଷ୍ଣବ

0

ଭୁବନେଶ୍ୱର : ରାଜ୍ୟସଭାର ପୂର୍ବତନ ସାଂସଦ ବୈଷ୍ଣବ ପରିଡ଼ାଙ୍କ ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗୁରୁବାର ସକାଳ ୧୦ଟା ୪୫ ମିନିଟ୍‍ ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ସମୟରେ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା।

ସୂଚନା ଅନୁସାରେ, ଦୀର୍ଘଦିନ ହେବ ସେ କର୍କଟ ରୋଗରେ ପୀଡ଼ିତ ଥିଲେ। ଗତ ୧୦ ଦିନ ହେବ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ବୈଷ୍ଣବଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ଲୋକଙ୍କୁ ସାନ୍ତ୍ୱନା ଦେଇଛନ୍ତି। ବୈଷ୍ଣବ ୨୦୧୦ରୁ ୨୦୧୬ ପର୍ଯ୍ୟନ୍ତ ରାଜ୍ୟସଭାର ସାଂସଦ ଭାବେ କାର୍ଯ୍ୟ କରିଥିଲେ। ବିଜେଡ଼ି ପକ୍ଷରୁ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସେ ଏକାଧାରରେ ଜଣେ ରାଜନେତା, ସାହିତ୍ୟିକ ଓ ସମାଜସେବୀ ଥିଲେ। ଭାଷା ଆନ୍ଦୋଳନରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

Leave A Reply