ବଲାଙ୍ଗୀର ସାଂସଦ ସଂଗୀତା ସିଂହଦେଓଙ୍କୁ ଆକ୍ରମଣ

ଭୁବନେଶ୍ୱର/ନୂଆଦିଲ୍ଲୀ : ବଲାଙ୍ଗୀର ସାଂସଦ ସଂଗୀତା ସିଂହଦେଓଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ମଙ୍ଗଳବାର ଲୋକସଭାରେ ବିରୋଧୀ ଦଳର ଦୁଇ ମହିଳା ସାଂସଦ ସଂଗୀତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି। ସାଂସଦ ରାମ୍ୟାଲକ୍ଷ୍ମୀ ଓ ଜ୍ୟୋତିମଣି ଆକ୍ରମଣ କରିଥିବା ସେ ଅଭିଯୋଗ କରିଛନ୍ତି।

ସଂଗୀତା କହିଛନ୍ତି ଯେ,ବିରୋଧୀ ସାଂସଦମାନେ ସାମ୍ନାରେ ବ୍ୟାନର ଟାଣି କାର୍ଯ୍ୟରେ ବ୍ୟାଘାତ କରୁଥିଲେ। ନିଜ ଆସନ ଛାଡ଼ି ଟ୍ରେଜେରି ବେଞ୍ଚକୁ ଆସି ପାଟିତୁଣ୍ଡ କରୁଥିଲେ। ଉକ୍ତ ଦୁଇ ମହିଳା ସାଂସଦ ମୋ ହାତକୁ ଆଞ୍ଚୁଡ଼ି ଦେବା ସହ କହୁଣୀରେ ଛାତିକୁ ମାରିଥିଲେ ବୋଲି ସଂଗୀତା ଅଭିଯୋଗ କରିଛନ୍ତି। ସ୍ମୃତି ଇରାନୀ ମୋତେ ରକ୍ଷା କରିନଥିଲେ ମୁଁ ପଡ଼ି ଯାଇଥାନ୍ତି ବୋଲି ମଧ୍ୟ ସଂଗୀତା କହିଛନ୍ତି।

Comments
Loading...