ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ୧୨ ଆହତ

ବାଲେଶ୍ୱର : ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥ ମେଘା ପେଟ୍ରୋଲ ପମ୍ପ ନିକଟରେ ଶେରଗଡ଼ ଠାରେ ଶନିବାର ଭୋର ସମୟରେ ଏକ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାୟ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଗୁରୁତର ଆହତଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାୟ ୭୦ ଜଣ ଯାତ୍ରୀଙ୍କୁ ନେଇ ଉକ୍ତ ବସଟି କଲକାତାରୁ ପୁରୀ ଯାଉଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହାସହ ବସଟି ଏକ ଅଜଣା ଗାଡ଼ିକୁ ଧକ୍କା ଦେବାରୁ ଏଭଳି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

Comments are closed.