୩୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର : ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ମିଲବାଡ଼ି ଅଞ୍ଚଳରେ ବୁଧବାର ପ୍ରାୟ ୩୦୫ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୩୧ ଲକ୍ଷ ଟଙ୍କା। ସମ୍ପୃକ୍ତ ଘଟଣାରେ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି। ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାଁ ଶିଶିର କୁମାର ପ୍ରଧାନ ଓ ସେ ମିଲବାଡ଼ି ଅଞ୍ଚଳର ବୋଲି ଜଣାପଡ଼ିଛି। ଆଜି ଭୋର ସମୟରେ ଜଳେଶ୍ୱର ଅବକାରୀ ବିଭାଗ ଓ କଟକ କେନ୍ଦ୍ରୀୟ ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇ ମିଳିତ ଭାବରେ ଚଢାଉ କରି ଏହି ବ୍ରାଉନସୁଗାର ଜବତ କରିଥିଲା। ପ୍ରାୟ ୩୦୫ ଗ୍ରାମ ବ୍ରାଉନସୁଗାର ସହ ଗୋଟିଏ ଚୋରା ବନ୍ଧୁକ ମଧ୍ୟ ଜବତ ହୋଇଥିବା ସୂଚନା ମିଳିଛି।

Comments are closed.