ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ମାଆ ଓ ଶିଶୁପୁତ୍ର ମୃତ

ବାଲେଶ୍ବର: ବାଲେଶ୍ବର ଜିଲା ଖନ୍ତପଡା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମାଆ ଓ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ, ଉକ୍ତ ପରିବାର ସ୍କୁଟିରେ ଶେରଗଡ଼ ପଟୁ ଭଦ୍ରକ ଯାଉଥିଲେ। ଏକ ଅଜଣା ଗାଡି ଖନ୍ତପଡା ନିକଟରେ ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ମାଆ ଓ ଶିଶୁପୁତ୍ରର ମୃତ୍ୟୁ ଘଟିଥିଲା। ବାପାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପଟେ ଧକ୍କା ଦେଇଥିବା ଅଜଣା ଗାଡ଼ି ଘଟଣା ସ୍ଥଳରୁ ଫେରାର ହୋଇଯାଇଛି।

Comments are closed.