ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଜବତ ; ହତ୍ୟା ସନ୍ଦେହ

ବାଲେଶ୍ୱର : ବାଲେଶ୍ୱର ଜିଲା କେଶରୀପୁର ଗାଁ ପୋଖରୀ ଭିତରୁ ଜଣେ ବୃଦ୍ଧଙ୍କର କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଥିବା ଗୁରୁବାର ଜଣାପଡିଛି। ବୃଦ୍ଧଙ୍କ ଶରୀରର ହାତ, ଗୋଡ ଓ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ଥିବାରୁ ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ସ୍ଥାନୀୟଲୋକେ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ମାତ୍ର ଏହି ଘଟଣାକୁ କେନ୍ଦ୍ର କରି ଗାଁରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି ବୋଲି ସୂଚନା ମିଳିଛି।