ନିଆଁ ଲାଗି ପୋଡ଼ିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ସୋର ବ୍ଲକ ପାଖ ପଞ୍ଚାୟତ ଗୋପିନାଥପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଜଣଙ୍କ ଘରେ ନିଆଁ ଲାଗି ୪ ବଖରା ଘର ଓ ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି। ଖବର ନେବାରୁ ଜଣାପଡିଛି ଯେ, ରେବତୀ ବାରିକଙ୍କ ଘରେ ଆଜି ସକାଳେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ଫଳରେ ରେବତୀଙ୍କ ୪ ବଖରା ଘର ସହିତ ଘର ଭିତରେ ଥିବା ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଥିଲା। ଖବର ପାଇ ସୋର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

Comments are closed.