ଶ୍ରୀଜୀଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରୀଜୀଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ଅପରାହ୍ଣ ୪ଟାରୁ ରାତି ୮ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଶ୍ରୀଜୀଉଙ୍କ ବନକଲାଗି ଏକ ଗୁପ୍ତ ସେବା । ପ୍ରାୟ ଚାରି ଘଣ୍ଟା ଧରି ଚାଲିବ ଏହି ସ୍ୱତନ୍ତ୍ର ନୀତି।

Comments are closed.