ଶ୍ରୀଜୀଉଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି(ବୁଧବାର) ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ବିଧି ଗୁପ୍ତସେବା ସମ୍ପାଦନ କରାଯିବ।

ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ କିନ୍ତୁ ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ। ତେବେ ଶ୍ରୀଜୀଉଙ୍କର ଶ୍ରୀମୁଖ ସିଂହାର ପାଇଁ ହିଙ୍ଗୁଳ, ଶଂଖ, କେଶର, କଇଁଥ, ଅଠା, କର୍ପୂର, କଜ୍ୱଳ, କସ୍ତୁରୀ, ହରିତାଳ ଓ ତେଲର ସମ୍ମିଶ୍ରଣରେ ପ୍ରସ୍ତୁତ ହୋଇଥିବା ବନକକୁ ବ୍ୟବହାର କରାଯାଇଥାଏ।

Comments are closed.