ଜିଲା ପ୍ରଶାସନ ପକ୍ଷରୁ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ଦେବଗଡ଼ : କରୋନା ଯୋଦ୍ଧାମାନଙ୍କର ତ୍ୟାଗ ଓ ସେବା ମନୋବୃତ୍ତି ପ୍ରତି ସମ୍ମାନ ଜଣାଇବାପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିବେଦନରେ ଆଜି( ମଇ ୩୦ ତାରିଖ) ସନ୍ଧ୍ୟା ୫ଟା ୩୦ମିନିଟ୍ ସମୟରେ ଜିଲା ପ୍ରଶାସନ ପକ୍ଷରୁ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା। ଦେବଗଡ ଜିଲ୍ଲା କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ, ଅତିରିକ୍ତ ଜିଲ୍ଲାପାଳ ଧରମ ହାଁସଦା, ଉପଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଜିଲ୍ଲା କୋଷାଗାର କାର୍ଯ୍ୟାଳୟ ଅଧିକାରୀ ବୃନ୍ଦ ଓ କର୍ମଚାରୀମାନେ ତଥା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଯୋଗଦେଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ। ସେହିଭଳି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ, ପୁଲିସ ଅଧିକାରୀ ଓ କର୍ମଚାରୀମାନେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଥିଲେ।

Comments are closed.