ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ପରିଦର୍ଶନ କଲେ ୫-ଟି ସଚିବ

ବଡ଼ସlହି/ଦ୍ୱାରଶୁଣି : ମୟୁରଭଞ୍ଜ ଜିଲା ବାରିପଦା ସହରରେ ଥିବା ପି.ଆର.ଏମ ମେଡିକାଲକୁ ରବିବାର ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ୍ ପରିଦର୍ଶନ କରିଛନ୍ତି । ଡାକ୍ତରଖାନାର ମାତୃ ଓ ଶିଶୁ ବିକାଶ କେନ୍ଦ୍ର ବୁଲିବା ସହ ବିଭିନ୍ନ ୱାର୍ଡର ପରିଦର୍ଶନ କରିଥିଲେ । ଏହାସହ ଡାକ୍ତରଖାନାରେ କିଭଳି ସେବା ମିଳୁଛି ସେନେଇ ରୋଗୀଙ୍କ ସହ ଆଲୋଚନା କରିଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ତେବେ ପାଣ୍ଡିଆନଙ୍କ ସହ ରାଜ୍ୟ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଓ ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶକ ସାଲିନି ପଣ୍ଡିତ ମଧ୍ୟ ଜିଲା ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି । ଅନ୍ୟପଟେ ପାଣ୍ଡିଆନଙ୍କ ଗସ୍ତ ପୂର୍ବରୁ ଦୀର୍ଘ ବର୍ଷ ଧରି ଅବ୍ୟବସ୍ଥାରେ ପଡିଥିବା ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ସତେ ଯେମିତି ସ୍ୱଚ୍ଛତା ର ପରିଚୟ ଦେଉଛି । ୫-ଟି ସଚିବଙ୍କ ଗସ୍ତକୁ ନଜରରେ ରଖି ଜିଲା ସ୍ୱାସ୍ଥ୍ୟ ବିଭାଗ ରାତି ଦିନ ଏକ କରି ହସ୍ପିଟାଲର ରୂପ ରେଖ ବଦଳାଇଛନ୍ତି। ତେବେ ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ ଚାଲିଛି । ଗାନ୍ଧୀ ଜୟନ୍ତୀରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବାପରେ ସରକାରୀ ସ୍ତରରେ ତତ୍ପରତା ଦେଖାଦେଇଛି ।  ବିଭିନ୍ନ ଜିଲା ମୁଖ୍ୟଚିକିତ୍ସାଳୟକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ରୋଗୀ ଓ ରୋଗୀଙ୍କ ସଂପର୍କୀୟ ସହ ଆଲୋଚନା ସିଧାସଳଖ ଆଲୋଚନା କରୁଛନ୍ତି  । ମେଡିକାଲରେ ରୋଗୀ ସେବା ସମେତ ଔଷଧ ଯୋଗାଣ ନେଇ ମଧ୍ୟ ଆଲୋଚନା କରୁଛନ୍ତି ୫-ଟି ସଚିବ  । ଏହି ପରିଦର୍ଶନ ସମୟରେ ମୟୁରଭଞ୍ଜ ଜିଲାପାଳ ଏବଂ ଜିଲା ଆରକ୍ଷୀ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ।

 

Comments are closed.