୪୯୭୯ ଗ୍ରାମ ପଞ୍ଚାୟତରେ ୩,୧୯,୧୨୧ ଜଣ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଭୁବନେଶ୍ବର: କୋଭିଡ୍‌-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରେଣ୍ଟାଇନ୍‌ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୨,୪୬୧ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛି। ଏଥିରେ ପାଖାପାଖି ୫ ଲକ୍ଷ ଶଯ୍ୟାର ବ୍ୟବସ୍ଥା କରାଯାଇଛି। ଆଜି ରାଜ୍ୟର ୪୯୭୯ ଗ୍ରାମ ପଞ୍ଚାୟତରେ ୩,୧୯,୧୨୧ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି। ସେହିପରି ୧୧୩ ଟି ପୌରାଞ୍ଚଳରେ ୩୩,୭୭୮ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି।
ଗତ ୩ ମଇରୁ ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତି। ଆଜି ୪୨୨୫ ଜଣ ଓଡ଼ିଆ ଭାଇଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତି। ଏ ପର୍ୟ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୩୯,୭୬୫ ଜଣ ଫେରିଛନ୍ତି। ସେମାନେ ବସ୍‌, ଟ୍ରେନ୍‌ ଓ ଅନ୍ୟ ଯାନବାହନରେ ଆସୁଛନ୍ତି।

Comments are closed.