୧୫,୦୦୦କୁ ବୃଦ୍ଧି ପାଇବ କୋଭିଡ୍‌-୧୯ ପରୀକ୍ଷଣ କ୍ଷମତା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟରେ କୋଭିଡ୍‌-୧୯ ପରୀକ୍ଷଣ କ୍ଷମତା ଦୈନିକ ୧୫,୦୦୦କୁ ବୃଦ୍ଧି କରାଯିବ। ବଲାଙ୍ଗୀର, କୋରାପୁଟ ଏବଂ ବାରିପଦା ମେଡିକାଲ୍‌ କଲେଜ୍‌ରେ ଖୁବ୍‌ଶୀଘ୍ର ପରୀକ୍ଷା ଆରମ୍ଭ କରାଯିବ। ଫଳରେ ରାଜ୍ୟରେ ଦୈନିକ କୋଭିଡ୍‌-୧୯ ପରୀକ୍ଷଣ କ୍ଷମତା ୧୫,୦୦୦ ବୃଦ୍ଧି ଲକ୍ଷ୍ୟ ପୂରଣ ହୋଇପାରିବ। ଆଜି ପୂର୍ବାହ୍ନରେ ଭିଡ଼ିଓ କନ୍‌ଫରେନ୍ସ ଜରିଆରେ ଅନୁଷ୍ଠିତ କୋଭିଡ୍‌-୧୯ ସଂପର୍କିତ ଉଚ୍ଚକ୍ଷମତା ସମ୍ପନ୍ନ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ଏହି ମର୍ମରେ ନିଷ୍ପତ୍ତି ନିଆଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ କହିଛନ୍ତି।

Comments are closed.