ହାଇକୋର୍ଟରେ ବିଦ୍ୟାଶ୍ରୀ , ସିବିଆଇ ତଦନ୍ତ ଦାବି

ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲା

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଶୁକ୍ରବାର ତାଙ୍କ ବାପା, ମାଆ ଓ ପତ୍ନୀ ବିଦ୍ୟାଶ୍ରୀ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଏହି ମାମଲାର ସେ ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି।

ସୂଚନାଯୋଗ୍ୟ, ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରୁଛି। ଏହି ମାମଲାରେ ଗତକାଲି ଆଦିତ୍ୟଙ୍କ ପତ୍ନୀ ବିଦ୍ୟା ଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଥିବା ବେଳେ ୧୦୦ରୁ ଉର୍ଦ୍ଧ୍ବ ପ୍ରଶ୍ନ ପଚାରା ଯାଇଥିଲା।  ଆଜି ଆଦିତ୍ୟଙ୍କ ୩ ସହଯୋଗୀ ପପୁ, ବିକାଶ ଓ ଦୀପୁଙ୍କର ମଧ୍ୟ ଲାଇ ଡିଟେକ୍ସନ ଆରମ୍ଭ ହୋଇଯାଇଛି। ଭୁବନେଶ୍ବର ଫରେନସିକ୍ ଲ୍ୟାବରେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ ଚାଲିଛି।

ଉଲ୍ଲେଖଯୋଗ୍ୟ ଯେ, ସମାଜସେବୀ ଆଦିତ୍ୟ ସୁନ୍ଦରଙ୍କ ମୃତଦେହ ଗତ ୭ତାରିଖ ଦିନ ଭୁବନେଶ୍ୱରର ଲିଙ୍ଗରାଜ ଟେମ୍ପୁଲ ରୋଡ଼ ଷ୍ଟେସନରୁ ମିଳିଥିଲା। ଏଥିସହିତ ମୃତ୍ୟୁର କିଛି ଦିନ ପୂର୍ବରୁ ସେ ଡ଼ିପ୍ରେସନରେ ରହୁଥିବା ଜଣାପଡ଼ିଥିଲା । ସେ ପିପୁଲ ଫର ସେବା ନାମକ ଏକ ସ୍ୱେଚ୍ଛାସେବୀ ସଂଗଠନର ସଂସ୍ଥାପକ ମଧ୍ୟ ଥିଲେ।

Comments are closed.