ମୁଖ୍ୟପନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୋଟିଏ ଦିନର ଦରମା ଦାନ କଲେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକ ଓ କର୍ମଚାରୀ

ଭୁବନେଶ୍ୱର : ରାଜ୍ୟର କୋଭିଡ୍‌-୧୯ ସ୍ଥିତିର ପୁକାବିଲା କରିବା ପାଇଁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକ ଓ କର୍ମଚାରୀମାନେ ସେମାନଙ୍କର ଗୋଟିଏ ଦିନର ଦରମା ସମୁଦାୟ ୧୯ ଲକ୍ଷ ୮ ହଜାର ୩୯୧ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ଡ. ପବନ କୁପାର ଅଗ୍ରୱାଲ୍‌ କୃଷି ଭବନଠାରେ ଏହି ଅର୍ଥରାଶିର ଏକ ବ୍ୟାଙ୍କ ଡ୍ରାଫ୍ଟ କୃଷି ଓ କୃଷକ ସଶକ୍ତିକରଣ, ପତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ପନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କୁ ପୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ । ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ ଉପସ୍ଥିତ ଥିଲେ।

Comments are closed.