ଆଜି ଭୁବନେଶ୍ବରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ; ୩୧୮ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ରବିବାକ ଆଉ ୩୫୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୫୪ ପଜିଟିଭଙ୍କ ମଧ୍ୟରୁ ୧୦୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୪୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୩୧୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୨୩,୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୯, ୫୭୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୦୨ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୩୫୩୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Comments are closed.