ଆଜି ଭୁବନେଶ୍ବରରୁ ଆଉ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୯୦ ପଜିଟିଭଙ୍କ ମଧ୍ୟରୁ ୧୩୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୫୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୭୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୩୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୧୩୮୫ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Comments
Loading...