ଆଜି ଭୁବନେଶ୍ବରରୁ ଆଉ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ମଙ୍ଗଳବାର ଆଉ ୩୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୩୨ ପଜିଟିଭଙ୍କ ମଧ୍ୟରୁ ୧୭୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୧୫୯ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୬୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୭୯୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୭୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୪ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୩୧୬୨ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଇଛନ୍ତି।

Comments are closed.