ଭୁବନେଶ୍ବରରୁ ଆଉ ୩୦୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୫ ଜଣ ରହିଥିବାବେଳେ ୧୭୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାସହିତ ୩୦୧ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି।

Comments are closed.