ରାଜଧାନୀରେ କମୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ୩୬ କରୋନା ପଜିଟିଭ ଚିହ୍ନଟ, ୫୩ ସୁସ୍ଥ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ସୋମବାର ଆଉ ୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୭ ପଜିଟିଭଙ୍କ ମଧ୍ୟରୁ ୧୬ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜଧାନୀ ଭୁବନେଶ୍ବରରୁ ୩୦,୪୯୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨୯,୭୧୩ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୦୮ ଜଣଙ୍କର କରୋନା କାରଣରୁ ପ୍ରାଣହାନୀ ହୋଇଛି। ସେହିପରି ଭୁବନେଶ୍ବରରୁ ବର୍ତ୍ତମାନ ୫୫୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Comments are closed.