ରାଜଧାନୀରେ ପୁଣି ଲଜ୍ଜା; ନାବାଳିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀରେ ପୁଣି ଲଜ୍ଜା। ୭ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକକୁ ଗିରଫ କରିଛି ଲିଙ୍ଗରାଜ ପୁଲିସ। ଗିରଫ ଯୁବକ ଜଣଙ୍କ ନାଁ ରବି ଦାସ। ସୋମବାର ସନ୍ଧ୍ୟାରେ ଏହି ଦୁଷ୍କର୍ମ ଘଟଣା ଘଟିଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଜଣେ ଯୁବକ ଦୁଷ୍କର୍ମ କରିଥିବା ନେଇ ପରିବାରଲୋକେ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଥିଲେ।  ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଅଭିଯୋଗ ଆଧାରରେ ପୁଲିସ ଅଭିଯୁକ୍ତ ରବି ଦାସକୁ ଗିରଫ କରିଛି। ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯିବା ପରେ କୋର୍ଟ ଚାଲାଣ କରିଛି ପୁଲିସ ।

 

Comments are closed.