ରାଜ୍ୟରେ ଥମୁନି କରୋନା ମୃତ୍ୟୁ, ଆଜି ନେଲା ଆଉ ୧୫ ଜୀବନ

ଭୁବନେଶ୍ବର: ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୫୭୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଆଜି କରୋନାରେ ୧୫ଜଣ ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ ଜିଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ସମ୍ବଲପୁର , ସୁବର୍ଣ୍ଣପୁର ଓ ଗଜପତି ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବାଲେଶ୍ବର, ଭୁବନେଶ୍ବର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ ଓ ମୟୁରଭଞ୍ଜ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Comments are closed.