ଭାଲୁ ଆକ୍ରମଣରେ ଜଣେ ଗୁରୁତର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧିନ କଟରାସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। କଟରାସାହି ଗ୍ରାମର ଜଣେ ବ୍ୟକ୍ତି ଶୁକ୍ରବାର ସନ୍ଧ୍ୟା ସମୟରେ ନିଜ ବଳଦକୁ ଖୋଜିବାକୁ ଘର ପଛପଟ ବାଡ଼ିକୁ ଯାଇଥିବା ସମୟରେ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ଆକ୍ରମଣରେ ଭାଲୁଟି ତାଙ୍କ ଆଖି ତାଡ଼ି ନେଇଥିବା ଜଣାପଡ଼ିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଉଦଳା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦା ସ୍ଥାନାନ୍ତର କରାଯାଇଥିବା ନେଇ ସୂଚନା ମିଳିଛି।

Comments are closed.