ବସରେ ୧୧ କେ.ଭି ତାର ଲାଗି ମୃତ୍ୟୁ ଘଟଣା : ୪ ଯନ୍ତ୍ରୀ ନିଲମ୍ବିତ

ଭୁବନେଶ୍ବର: ଗଞ୍ଜାମ ଜିଲାରେ ବସରେ ୧୧ କେ.ଭି ତାଲି ଲାଗି ୧୦ଜଣଙ୍କ ମୃତ୍ୟୁ ଘଟଣାର ଦିନକ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୪ ଜଣ ଯନ୍ତ୍ରୀଙ୍କୁ ନିଲମ୍ବନ କରାଯାଇଛି।ବ୍ରହ୍ମପୁର ଇଲେକ୍ଟ୍ରିକାଲ ଡିଭିଜନ ଜେଇ, ସରକାରୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ବିଭାଗର ଜେଇ ଓ ସହକାରୀ ଯନ୍ତ୍ରୀ ନିଲମ୍ବିତ ହୋଛନ୍ତି।

ଏହି ଘଟଣାକୁ ନେଇ ସୋମବାର ଶକ୍ତି ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏହି ବୈଠକରେ ପରିବହନ, ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ଅଧିକାରୀମାନେ ଉପସ୍ଥିତଥିଲେ। କିପରି ଓ କାହିଁକି ଦୁର୍ଘଟଣା ଘଟିଥିଲା ସେ ନେଇ ଆଲୋଚନା କରିଥିଲା। ବିପଦସଙ୍କୁଳ ଅବସ୍ଥାରେ ଥିବା ବିଦ୍ୟୁତ ତାର ଗୁଡିକୁ ସଜାଡିବା ପାଇଁ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

Comments are closed.