ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ; ୪ଜଣ ଗୁରୁତର

ଭଦ୍ରକ: ଚରମ୍ପା ସ୍ଥିତ ଏକ ହୋଟେଲରେ ୨ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଫଳରେ ୧୦ଜଣ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସୂଚନା ମୁତାବକ ଟୋଲଗେଟରେ ବଟି ଆଦାୟକୁ ନେଇ କିନ୍ନରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ପ୍ରବଳ ମାରପିଟ୍‌ ହୋଇଥିଲା । ଗଣ୍ଡଗୋଳରେ ବ୍ୟାପକ ଭଙ୍ଗାରୁଜା ମଧ୍ୟ ହୋଇଛି । ଏନେଇ ଟାଉନ ଥାନା ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ୪ଜଣଙ୍କୁ ଅଟକ ରଖିଥିବା ଜଣାପଡ଼ିଛି ।

Comments are closed.