ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ : ଜଣେ ମୃତ, ୫ ଗୁରୁତର

0

ଭଦ୍ରକ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବେତଡା ଗୋହିରାଣି ଗ୍ରାମରେ ସରକାରୀ ପ୍ରକଳ୍ପକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ଲୋକନାଥ ସେଠୀ। ସରପଞ୍ଚ ଓ ତାଙ୍କ ସମର୍ଥକମାନେ ଲୋକନାଥଙ୍କୁ ଭୁଜାଲିରେ ଆକ୍ରମଣ କରିବା ଦ୍ବାରା ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଉଭୟ ପକ୍ଷରୁ ଗୁରୁତର ୫ଜଣଙ୍କୁ ଚିକିତ୍ସା ପାଇଁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଏସଡ଼ିପିଓ ଓ ଗ୍ରାମାଞ୍ଚଳ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ରାଜନୈତିକ ଶତ୍ରୁତା ଯୋଗୁଁ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି।

Leave A Reply