ଆସନ୍ତାକାଲିଠାରୁ ଭିତରକନିକା ବନ୍ଦ

ରାଜନଗର: ବଉଳା କୁମ୍ଭୀରର ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି (ରବିବାର)ଠାରୁ ବନ୍ଦ ରହିବ । କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇ ଥିବାରୁ ନଦୀନାଳମାନଙ୍କରେ ଥିବା କୁମ୍ଭୀରମାନେ ବସାବାନ୍ଧି ଅଣ୍ଡା ଦେବେ । ସେମାନଙ୍କର ମିଳନପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି । ମା’ କୁମ୍ଭୀର ଅଣ୍ଡା ଦେଇସାରିବା ପରେ ଅଣ୍ଡାକୁ ସୁରକ୍ଷା ଦେବା ପାଇଁ ସେଠାରେ ଜଗି ରହିଥାଏ । ଏହି ସମୟରେ ସେ ହିଂସ୍ର ହୋଇ ଉଠିଥାଏ । ଏହି ସମୟ ମଧ୍ୟରେ ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନକୁ ନ ଆସିବା ପାଇଁ ବାରଣ କରାଯାଇଛି ।

Comments are closed.