ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ  ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ରାଜଧାନୀ ଭୁବନେଶ୍ବରର ଖଣ୍ଡଗିରି ଅଞ୍ଚଳରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ବର୍ତ୍ତମାନ ପୀଡିତା ଯୁବତୀ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି। ଅଭିଯୋଗ ପରେ ଖଣ୍ଡଗିରି ଥାନା ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ସୂଚନାଅନୁସାରେ ପୀଡିତା ଯୁବତୀ ଏବଂ ଅଭିଯୁକ୍ତ ଏକ ସ୍ଥାନରେ ହାଉସକିପିଂ ଭାବେ କାର୍ଯ୍ୟ କରୁଥିଲେ।

Comments are closed.