ଆଜି ଭୁବନେଶ୍ବରରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୩୫୦

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍ ୧୫୧ ଏବଂ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୫୫୭ ଚିହ୍ନଟ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରୁ ମୋଟ ୪୦୬୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୩୪୮୮୪ ସୁସ୍ଥ ହୋଇଥିବାବେଳେ ୫୪୬୮ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ୨୫୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

Comments are closed.